Header ADS

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

 




ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ଓ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ ଉପସ୍ଥିତ ରହି ଜନ ସାଧାରଣଙ୍କ ଅଭିଯୋଗ ଗୁଡିକୁ ଶୁଣିଥିଲେ।ଏହି ଶିବିରରେ ମୋଟ ୬୯ ଟି ଅଭିଯୋଗର ଶୁଣାଣି ହୋଇଥିଲା । ତନ୍ମଧ୍ୟରୁ ୧୬ ଗୋଟି ବ୍ୟକ୍ତିଗତ ଓ ୫୩ ଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଶୁଣାଣୀରେ ପ୍ରଧାନମନ୍ତ୍ରୀ ଆବାସ ଗୃହ , ପେନସନ, ନଳକୂପ, ବିଜୁଳି ସଂଯୋଗିକରଣ, ରାସ୍ତା, ସେତୁ ଓ ଅନ୍ୟାନ୍ୟ ଅଭିଯୋଗର ଶୁଣାଣି ହୋଇଥିଲା । ବିଭିନ୍ନ ଯୋଜନାର ହାତ ପାହାନ୍ତା ରେ ସେବା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୟାମ୍ପ ଆୟୋଜନ କରାଯାଇଥିଲା। ଅଭିଯୋଗ ପରେ ଅତିରିକ୍ତ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀ ବିଭିନ୍ନ ସ୍କୁଲ୍ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।

Post a Comment

Previous Post Next Post