Header ADS

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

      



ମାଲକାନଗିରି, ୫/୧/(ପ୍ରଶାନ୍ତ କୁମାର ସଗରିଆ)ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ୍ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଅଭିଯୋଗ ଗୁଡ଼ିକର ଶୁଣାଣୀ କରିଥିବା ବେଳେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଉପ ଜିଲ୍ଲାପାଳ ଅଶ୍ନି ଏଏଲ ଓ ବନଖଣ୍ଡ ଅଧିକାରୀ ସାଇ କିରଣ ଉପସ୍ଥିତ ଥିଲେ।

ସମୁଦାୟ ୨୨ ଟି ଅଭିଯୋଗ ର ଶୁଣାଣୀ କରିଥିଲେ ଜିଲ୍ଲାପାଳ। ତନ୍ମଧ୍ୟରୁ ୨୦ ଟି ବ୍ୟକ୍ତିଗତ ଓ ୨ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ଦୁଇ ଗୋଟି ବ୍ୟକ୍ତିଗତ ଅଭିଯୋଗକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। 

ଏହି ଶିବିରରେ ଆବାସ, ବାର୍ଦ୍ଧକ୍ୟ ଭତ୍ତା, ବିଦ୍ୟାଳୟ ଭିତ୍ତିଭୂମି ସମ୍ବନ୍ଧୀୟ ଅଭିଯୋଗର ଶୁଣାଣୀ ହୋଇଥଲା। ଅଭିଯୋଗ ଶୁଣାଣୀ ପରେ ଜିଲ୍ଲାପାଳ ଓ ସମସ୍ତ ଅଧିକାରୀ ସଦର ମହକୁମା ସ୍ଥିତ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନ ର ମାନ ପରଖିଛନ୍ତି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।

Post a Comment

أحدث أقدم